ଚଳିତ ପଞ୍ଚାୟତ ନିର୍ବାଚନରେ ବିଜେଡିର ଐତିହାସିକ ବିଜୟ ପରେ ସାମ୍ନାକୁ ଆସିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତୃତୀୟ ଦିନର ସମ୍ପୂର୍ଣ୍ଣ ଟ୍ରେଣ୍ଡ୍ ଆସିବା ପରେ ବିଜୟ ସୂଚକାଙ୍କ ଚିହ୍ନ ଦେଖାଇ ଫଟୋ ଛାଡ଼ିଛନ୍ତି ନବୀନ । ବିଜୁ ଜନତା ଦଳ ଉପରେ ଓଡ଼ିଶାବାସୀ ଭରସିଥିବାରୁ ଖୁସିବ୍ୟକ୍ତ କରିଛନ୍ତି ନବୀନ ।

ହସ ହସ ମୁହଁରେ ହାତଟେକି ବିଜୟୀ ସୂଚକାଙ୍କ ଚିହ୍ନ ଦେଖାଇ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଦେଇଛନ୍ତି ନବୀନ ପଟ୍ଟନାୟକ ।

ଭୋଟ ବାକ୍ସରୁ ଖୋଲୁଛି ପ୍ରାର୍ଥୀଙ୍କ ଭବିଷ୍ୟତ, ତୃତୀୟ ଦିନରେ ୨୩୧ଟି ଜିଲ୍ଲା ପରିଷଦ ଆସନ ପାଇଁ ଚାଲିଛି ଭୋଟ୍ ଗଣତି । ଅପରାହ୍ନ ୫ଟା ସୁଦ୍ଧା ଆସିଥିବା ଟ୍ରେଣ୍ଡ୍ ମୁତାବକ ୮୫୧ଟି ଜୋନରୁ ବିଜେଡି ୭୬୦ଟି ଜୋନରେ ଆଗୁଆ ରହିଛି, ବିଜେପି ୪୭ ଏବଂ କଂଗ୍ରେସ ୩୭ ଜୋନରେ ଆଗୁଆ ରହିଛି । ସେହିପରି ୩ଟି ଜୋନରେ ସ୍ୱାଧିନ ପ୍ରାର୍ଥୀ ଆଗୁଆ ରହିଥିବାବେଳେ ୪ଟିି ଜୋନରେ ଅନ୍ୟାନ୍ୟ ଦଳର ପ୍ରାର୍ଥୀ ଆଗୁଆ ରହିଛନ୍ତି ।

ସେପଟେ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ଏବେସୁଦ୍ଧା ହୋଇଥିବା ଗଣତିର ଫଳାଫଳ ପ୍ରକାଶ କରାଯାଇଛି । ଏଯାବତ୍ ସଦ୍ୟତମ ତଥ୍ୟ ମୁତାବକ ୮୫୧ ଜୋନରୁ ବିଜେଡି ୫୫୩ ଜୋନରେ ବିଜୟୀ, ୩୧ଟି ଜୋନରେ ବିଜେପି ବିଜୟୀ ହୋଇଥିବାବେଳେ କଂଗ୍ରେସ ୩୦ଟି ଓ ୬ଟି ଜୋନରେ ଅନ୍ୟାନ୍ୟ ପ୍ରାର୍ଥୀ ବିଜୟୀ ହୋଇଛନ୍ତି ।

Leave a Comment

Your email address will not be published. Required fields are marked *

Scroll to Top